ସୁଦର୍ଶନଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

 ଭୁବନେଶ୍ୱର:  ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗଡମର ସମ୍ମାନଜନକ ସ୍ୟାଣ୍ଡ ମାଷ୍ଟର ଆୱାର୍ଡ଼ରେ ସମ୍ମାନୀତ ହୋଇଥିବାରୁ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି  । ସୂଚନାଯୋଗ୍ୟଯେ, ସଂଯୁକ୍ତ ରାଷ୍ଟ୍ରର ଡୋରସେଟ ଅଞ୍ଚଳର ୱେମାଉଥ ଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଉସôବରେ ଶ୍ରୀ ପଟ୍ଟନାୟକ ପ୍ରଥମ ଭାରତୀୟ ଭାବେ ଏହି ସମ୍ମାନ ପାଇଛନ୍ତି  । ଶ୍ରୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପଦକ, ସାର୍ଟିଫିକେଟ୍ ଓ ବାଲୁକା କଳାର ଫଟୋଚିତ୍ର ଦେଖାଇଥିଲେ  । ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି ତାଙ୍କୁ ଓଡ଼ିଶାର ଆସେଟ ବୋଲି କହିଥିଲେ ଏବଂ ଆଗାମୀ ଦିନରେ ଓଡ଼ିଶା ଓ ଦେଶ ପାଇଁ ଆହୁରି ଗୌରବ ଆଣିବେ ବୋଲି ଆଶା ପ୍ରକାଶ କରିଥିଲେ  । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ୱର୍ଦ୍ଧିତ କରିଥିଲେ  । ଏହି ସଫଳତା ପାଇଁ ଶ୍ରୀ ପଟ୍ଟନାୟକଙ୍କୁ ପୂର୍ବରୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି  ।