ସୁଭଦ୍ରାର ତୃତୀୟ କିସ୍ତି, ଲାଇଭ ଷ୍ଟ୍ରିମିଙ୍ଗରେ ଯୋଡ଼ି ହେଲେ ହିତାଧିକାରୀ 

 ଭଦ୍ରକ: କୋରାପୁଟ ଜିଲ୍ଲା ଜୟପୁର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ପ୍ରାୟ ୧ କୋଟି ହିତାଧିକାରୀଙ୍କୁ ପ୍ରତ୍ୟେକଙ୍କୁ ୫୦୦୦ ଟଙ୍କା ହସ୍ତାନ୍ତର କରାଯାଇଛି । ଏହି ଅବସରରେ ଶହୀଦ ସ୍ମୃତି ଭବନରେ ଅନୁଷ୍ଠିତ ଲାଇଭ ଷ୍ଟ୍ରିମିଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ପ୍ରଦାନ ସଭାକୁ ସମସ୍ତେ ଦେଖିଥିଲେ । ଏଥିରେ ମୁଖ୍ୟଅତିଥି ଜିଲ୍ଲାପାଳ ଦିଲିପ ରାଉତରାଏ ଯୋଗ ଦେଇଥିଲେ । ମଞ୍ଚାସୀନ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶୁଭେନ୍ଦ୍ର ସାମଲ, ଅତିରିକ୍ତ ଜିଲ୍ଲାପାଳ ସରୋଜ ଦତ୍ତ, ଡେପୁଟୀ କଲେକ୍ଟର କାର୍ତ୍ତିକ ନାଥ ମଣ୍ଡଳ, ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରି ରୂପାଲି ମିତ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମୀ ରଞ୍ଜନ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାସ୍ତରୀୟ ସୁଭଦ୍ରା ପ୍ରତିଯୋଗିତାରେ ସଫଳ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା । ଏହାପରେ ରକ୍ଷା ବନ୍ଧନ ଉତ୍ସବ ପାଳନ କରାଯାଇଥିଲା ।