ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ ମାଓବାଦୀ 

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ ମାଓବାଦୀ 

କନ୍ଧମାଳ : ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ କୁଖ୍ୟାତ ମାଓବାଦୀ । କନ୍ଧମାଳ ଜିଲ୍ଲା ବେଲଘର ଥାନା ପେଡ଼ମ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ୨ଜଣ ମାଓବାଦୀ ନପାତ ହୋଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଏବେବି ଜାରି ରହିଛି ସର୍ଚ୍ଚ ଅପରେସନ୍‌। ମାଓବାଦୀଙ୍କ ଠାରୁ ତିନି ଟନ୍‌ ତିନୋଟି ବନ୍ଧୁକ ସହ ଗୋଟିଏ ପିସ୍ତଲ ଜବତ କରାଯାଇଛି ।

 

   ଖବର ଅନୁଯାୟୀ, ପେଡମ୍‌ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀ ଏବଂ ପୋଲିସ ନିକଟରେ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ। ସାଦା ପୋଷାକରେ ପୋଲିସକୁ ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ସୁରକ୍ଷାକର୍ମୀ । ଦୀର୍ଘ ସମୟ ଧରି ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ ହୋଇଥିଲା ଜଣାପଡିଛି । ଦୁଇ ନିହତ ମାଓବାଦୀ ହେଲେ ରାୟଗଡ଼ାର ରାକେଶ ଓ ବିଜାପୁରର ଅମ୍ରିତ ବୋଲି ଜଣାପଡିଛି । ଉଭୟଙ୍କ ମୁଣ୍ଡ ପାଇଁ ଥିଲା ୨୩.୬୫ ଲକ୍ଷ ଟଙ୍କାର ପୁରସ୍କାର ରାଶି । ତେବେ ଏନ୍କାଉଣ୍ଟର ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଉଛି ।