ସୂଚନା ଅଧିକାର ଆଇନ୍ କର୍ମଶାଳା
ବାଲେଶ୍ୱର : ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ମାର୍ଗଦର୍ଶିକା ଅନୁଯାୟୀ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ବିଷୟ ବିଶାରଦ ରଶ୍ମିରଞ୍ଜନ ରାଉତ ଯୋଗ ଦେଇ ସୂଚନା ପ୍ରକାଶନ ଉପରେ ପ୍ରଶିକ୍ଷଣ ପ୍ରଦାନ କରିବା ସହ ସୂଚନା ଅଧିକାର ଆଇନ୍ରେ ଦରଖାସ୍ତ ଗ୍ରହଣ, ଉତ୍ତର ପ୍ରଦାନ, ଅନ୍ଲାଇନ୍ରେ ସମସ୍ତ ପ୍ରକ୍ରିୟା ସମ୍ପାଦନ କୌଶଳ, ସ୍ୱତନ୍ତ୍ର ବ୍ୟାଙ୍କ ଆକାଉଣ୍ଟ ଖୋଲାଯିବା ଆଦି ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ । ଏହି କର୍ମଶାଳାରେ ଜିଲ୍ଲାର ବିଭିନ୍ନ ବିଭାଗ କାର୍ଯ୍ୟାଳୟର ପ୍ରଥମ ଅପିଲ କର୍ତ୍ତୃପକ୍ଷ, ଜନସୂଚନା ଅଧିକାରୀ, ସହକାରୀ ଜନସୂଚନା ଅଧିକାରୀ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଐଶ୍ୱର୍ଯ୍ୟା ସାମନ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।