ସେବା ପକ୍ଷରେ ହେବ ‘ମୋଦି ଯୁବା ମାରାଥନ’
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଦେଶର ଯୁବାବର୍ଗର ଉନ୍ନତି ପାଇଁ ଅନେକ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି । କେବଳ ଯୁବବର୍ଗ ନୁହେଁ ସମାଜ ପ୍ରତ୍ୟେକ କ୍ଷେତ୍ରରେ ମୋଦିଜୀଙ୍କ ଉଲ୍ଲେଖନୀୟ ଅବଦାନ ରହିଛି । ସମସ୍ତେ ମୋଦିଜୀଙ୍କ ଭଳି ସାମାଜିକ କାର୍ଯ୍ୟରେ ନିଜକୁ ସାମିଲ କରିବା ପାଇଁ ମୋଦିଜୀଙ୍କ ଜନ୍ମଦିନକୁ ସେବା ଦିବସ ଭାବେ ପାଳନ କରନ୍ତି । ତାଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀ ପର୍ଯ୍ୟନ୍ତ ସେବା ପକ୍ଷ ଭାବେ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ସେପ୍ଟେମ୍ବର ୨୧ରେ ଭାରତୀୟ ଜନତା ଯୁବମୋର୍ଚ୍ଚା ତରଫରୁ ସବୁଠାରୁ ଆକର୍ଷଣୀୟ କାର୍ଯ୍ୟକ୍ରମ “ମୋଦି ଯୁବା ମାରାଥନ” ଆୟୋଜନ କରାଯିବ ବୋଲି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା ସୂଚନା ଦେଇଛନ୍ତି । ଶ୍ରୀ ପଣ୍ଡା କହିଛନ୍ତି ଯେ, ସେବା ପକ୍ଷକୁ ସଫଳ କରିବା ପାଇଁ ଯୁବମୋର୍ଚ୍ଚା ତରଫରୁ ବ୍ୟାପକ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଛି ଏବଂ ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ କାର୍ଯ୍ୟାଳୟରେ ‘ପ୍ରସ୍ତୁତି ବୈଠକ’ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ଯୋଗଦେଇ ଯୁବବର୍ଗଙ୍କୁ କାର୍ଯ୍ୟକ୍ରମ ସଫଳ କରିବା ପାଇଁ ମାର୍ଗଦର୍ଶନ ଦେବା ସହିତ ନୂତନ କାର୍ଯ୍ୟକର୍ତାଙ୍କୁ ଏଥିରେ ସାମିଲ କରିବାକୁ ସେ ଆହ୍ୱାନ ଦେଇଥିଲେ ।