ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ : ମୋକିମ
ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ
ଭୁବନେଶ୍ୱର : ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ଝାଡ଼ିଛନ୍ତି ମହମ୍ମଦ ମୋକିମ । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ । ତିନି ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ମିଳିଛି ନେତୃତ୍ୱ । ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମଠାରୁ ପୁରା ଅଲଗା । ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧୀ ପରିବାରକୁ ସମାଲୋଚନା କରିଥିଲେ । ସେ ଓ ତାଙ୍କ ପୁଅ କୋଶଳ ଆନ୍ଦୋଳନକୁ ସମର୍ଥନ କରିବା ଚିନ୍ତାଜନକ । ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ୱରେ ୮୩ ହଜାର ଭୋଟ୍ରେ ହାରିଛି । ନୂଆପଡ଼ା ତାଙ୍କ ସଂସଦୀୟ କ୍ଷେତ୍ର ହୋଇଥିଲେ ବି ପ୍ରଦର୍ଶନ ନିରାଶାଜନକ ହୋଇଛି । ନିଜ ସଂସଦୀୟ କ୍ଷେତ୍ର ବିଶ୍ୱାସ କରୁନି, କର୍ମୀ ବିଶ୍ୱାସ ନକରିବା ସ୍ୱାଭାବିକ ।
ମୋକିମ ଆହୁରି ମଧ୍ୟ କହିଛନ୍ତି ଯେ, ସେ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ୱ ଦେବା ଅସମ୍ଭବ ବ୍ୟାପାର । ପୂର୍ବ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଦକ୍ଷତାକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି । ଶରତଙ୍କ ନେତୃତ୍ୱରେ ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩ପ୍ରତିଶତ ଭୋଟ୍ ପାଇଥିଲା । ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଥିଲେ । ଆଜିକା ଦିନରେ କଂଗ୍ରେସକୁ ପୁର୍ନଜୀବନ ଦରକାର ବୋଲି ମୋକିମ କହିଛନ୍ତି । ଏହାସହିତ ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ୱ ଦରକାର କହି ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ପ୍ରକାଶ କରିଛନ୍ତି ମହମ୍ମଦ ମୋକିମ୍ ।