ସ୍କୁଲ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ସ୍କୁଲ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର : ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍‌ଓପି ନ ମାନି ସ୍କୁଲ, କଲେଜ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଗ୍ରୀଷ୍ମ ପ୍ରବାହକୁ ନେଇ ପଦକ୍ଷେପ ନିଆଯାଇଛି, ସ୍ଥିତି ନିୟନ୍ତ୍ରଣରେ ରହିଥିବା ମନ୍ତ୍ରୀ କହିଛନ୍ତି । ଏଥିସହିତ ସତର୍କ କରାଇ ମନ୍ତ୍ରୀ କହିଛନ୍ତି, ଅତି ଆବଶ୍ୟକ ନଥିଲେ ଘରୁ ବାହାରନ୍ତୁ ନାହିଁ। ଅଂଶୁଘାତ ଓ୍ବାର୍ଡ ପ୍ରସ୍ତୁତ ରଖିବାକୁ ସିଏଚ୍‌ସି ଏବଂ ପିଏଚ୍‌ସିକୁ ମଧ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।