ସ୍କୁଲ ପରିଚାଳନା କମିଟି ବୈଠକ
ନୂଆପଡା: : ସ୍ଥାନୀୟ ଖଡ଼ିଆଳ ସ୍ଥିତ ପିଏମ୍ ଶ୍ରୀ ରାଜା ଆର୍ତ୍ତତ୍ରାଣ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଦ୍ୱିତୀୟ ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଅଶୋକ କୁମାର ବେହେରା ଆସ ସ୍କୁଲ ଯିବା ଅଭିଯାନ, ମା'ଙ୍କ ପାଇଁ ଗଛଟିଏ ଓ ଭିନ୍ନକ୍ଷମ ଶିକ୍ଷାର୍ଥୀମାନଙ୍କ ନିମନ୍ତେ ବିଦ୍ୟାଳୟରେ ସୁବିଧା ସୁଯୋଗ ସହିତ ଅଭିଭାବକ ଓ ଶିକ୍ଷକମାନଙ୍କ ଭୂମିକା ସଂପର୍କରେ ଆଲୋଚନା କରିଥିବାବେଳେ ଶିକ୍ଷକ ଗୌରାଙ୍ଗ କୁମାର ସାହୁ ସ୍ୱାଗତ ଅଭିଭାଷଣ ପ୍ରଦାନ କରିବା ସହିତ ସୁରଭି କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀମାନଙ୍କୁ ପୋଷାକ, ଜୋତା ଆଦି ଉପକରଣ ବିତରଣ ସଂପର୍କରେ ଆଲୋଚନା କରିଥିଲେ । ଶିକ୍ଷକ ପ୍ରଭୁଦତ୍ତ ପୁରୋହିତ ଛାତ୍ରଛାତ୍ରୀମାନଙ୍କ କ୍ୟାରିୟର ଗଠନରେ ପିତାମାତାଙ୍କ ଭୂମିକା ବିଷୟରେ ଆଲୋଚନା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।