ସ୍କୁଲ ସାଇନ୍ ବୋର୍ଡ ପଡ଼ି ପ୍ରଥମ ଶ୍ରେଣୀ ଛାତ୍ର ମୃତ
ବାରିପଦା : ବିଦ୍ୟାଳୟ ପରିସରରେ ଥିବା ସୂଚନା ଫଳକ ପଡି ଯିବାରୁ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି । ଏଭଳି ଏକ ଅଭାବନୀୟ ଘଯଣା ଦେଖିବାକୁ ମିଳିଛି ମୟୂରଭଞ୍ଜଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ବଡଭୁଣ୍ଡୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ । ମୃତ୍ୟୁ ବରଣ କରିଥିବା ଛାତ୍ର ଜଣକ ହେଲେ ଉକ୍ତ ଗ୍ରାମର ଶିବ ଚରଣ ଲୋହାରଙ୍କ ପୁଅ ଅଭିର ଲୋହାର(୭) ।
ସୂଚନା ଅନୁଯାୟୀ ଶୁକ୍ରବାର ଅପରାହ୍ନରେ ସ୍କୁଲ କ୍ୟାମ୍ପସ ଭିତରେ କିଛି ଛାତ୍ର ଖେଳୁଥିବା ସମୟରେ ସୂଚନା ଫଳକଟି ହଠାତ୍ ଭୁଶୁଡ଼ି ପଡ଼ିଥିଲା । ଯାହାଫଳରେ ସାଇନ ବୋର୍ଡ ତଳେ ତିନି ଜଣ ଛାତ୍ର ଫସି ଯିବାରୁ ଗୁରୁତର ହୋଇଯାଇଥିଲେ । ସ୍କୁଲ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ଭଗ୍ନାବଶେଷ ତଳେ ଫସି ରହିଥିବା ଆହତ ଛାତ୍ରମାନଙ୍କୁ ଉଦ୍ଧାର କରି ସେମାନଙ୍କୁ ତୁରନ୍ତ ନିକଟସ୍ଥ ମେଡ଼ିକାଲ ନିଆଯାଇଥିଲା । ସେଠାରେ ଡାକ୍ତର ଜଣେ ଛାତ୍ରଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ଦୁଇ ଆହତ ଛାତ୍ର ଚିକିତ୍ସାଧୀନ ଅଛନ୍ତି ।
Samir Kumar Rout