ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ
ବୁଗୁଡ଼ା: ସ୍ଥାନୀୟ ପିପୁଲ୍ସ କଲେଜର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ଦିବ୍ୟଦର୍ଶନ ଜରାଶ୍ରମ ପରିସରରେ ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ଅଧ୍ୟକ୍ଷ ବୃନ୍ଦାବନ ନାୟକ, ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ରାମ ନାରାୟଣ ସାହୁ, ପିପୁଲ୍ସ କଲେଜ ଆଇକୁ୍ୟଏସି ସଂଯୋଜକ ଅଧ୍ୟାପକ ଅକ୍ଷୟ କୁମାର ସାହୁ, ଜରାଶ୍ରମ ଚେୟାରମ୍ୟାନ ମନୋଜ କୁମାର ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିବା ସହ ସ୍ୱଚ୍ଛତା ହିଁ ସେବା ସମ୍ପର୍କେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମ କାଳରେ ଛାତ୍ରଛାତ୍ରୀମାନେ ଜରାଶ୍ରମ ପରିସରକୁ ସଫେଇ କରିଥିଲେ ।