ସ୍ୱାଧୀନତା ଦିବସ ପାଳନ ନେଇ ଆଇଆଣ୍ଡପିଆର ବିଭାଗର ପ୍ରସ୍ତୁତି

ଭୁବନେଶ୍ୱର :  ଚଳିତ ବର୍ଷ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ ଓ ସମ୍ମିଳିତ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରିବେ । ଆଜି ଅପରାହ୍ଣରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସୂଚନା ଓ ଲୋକସମ୍ପର୍କ ବିଭାଗ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି  । ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ପାଇଁ ଏକ ରାଷ୍ଟୀୟ ଉସôବ ଓ ଗର୍ବର ପ୍ରତୀକ ହୋଇଥିବାରୁ ଉସôବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଥିଲେ । 
ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ ପୂର୍ବରୁ ଅଗଷ୍ଟ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧି ମାର୍ଗଠାରେ ଅଭ୍ୟାସ ପ୍ୟାରେଡ୍ର ସୁପରିଚାଳନା କରାଯିବ । ଅଗଷ୍ଟ ୧୫ ତାରିଖ ଦିନ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ପ୍ୟାରେଡ୍ ଓ ପତାକା ଉତ୍ତୋଳନ ସ୍ଥାନଠାରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା । ସାଧାରଣତନ୍ତ୍ର ଦିବସରେ ଉତ୍ତମ ପ୍ରଦର୍ଶନ କରିଥିବା ପ୍ରଜ୍ଞାପନ ମେଢ ଓ ପ୍ୟାରେଡ୍ ଦଳମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିବେ । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ଉକôଳ ପ୍ରସଙ୍ଗ ଓ ଓଡିଶା ରିଭୁ୍ୟର ସ୍ୱତନ୍ତ୍ର ସଂଖ୍ୟାକୁ ଏହି ଅବସରରେ ମୁଖ୍ୟ ଅତିଥି ଉନ୍ମୋଚନ କରିବେ । ରାଜଭବନରୁ ଉସôବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ । ଏଥି ସହ ଉସôବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ପରାମର୍ଶ ଦେଇଥିଲେ  । 
ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ସ୍ୱାଧୀନତା ଦିବସ ଉସôବ ପାଳନ କରାଯିବ  । ସେହିପରି ଆର୍ଡିସି ଜୋନ୍, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ସ୍ୱାଧୀନତା ଦିବସ ମହାସମାରୋହରେ ପାଳନ କରାଯିବ । ଏହି ବୈଠକରେ ବିଭାଗୀୟ ନିଦେ୍ର୍ଦଶକ ଅନୁଜ କୁମାର ଦାସ ପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ ବିଷ୍ଣୁପି୍ରୟା ସାହୁ, ଉପ ନିଦେ୍ର୍ଦଶକ(କ୍ଷେତ୍ର)  ସୁଚେତା ପି୍ରୟଦର୍ଶିନୀ, ବିତ୍ତ ପରାମର୍ଶଦାତା ପୃଥ୍ୱୀରାଜ ପାଣିଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।