ସ୍ୱାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ
କେନ୍ଦୁଝର : କେନ୍ଦୁଝର ଜିଲା ସଦର ମହକୁମାରେ ୭୯ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଶନିବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲଠାରେ ଅତିରିକ୍ତ ଜିଲାପାଳ ମନ୍ଦରଧର ମହାଳିକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅତିରିକ୍ତ ଜିଲାପାଳ ଶ୍ରୀ ମହାଳିକ ଆଗାମୀ ସ୍ୱାଧିନତା ଦିବସକୁ ଜାତୀୟ ଭାବନା ସହ ବିପୁଳ ଆନନ୍ଦ ଉଲ୍ଲାସ ଓ ଉସôାହ ଉଦ୍ଦୀପନା ସହିତ ପାଳନ କରିବା ପାଇଁ ସମସ୍ତଙ୍କର ସକ୍ରିୟ ସହଯୋଗ କାମନା କରିଛନ୍ତି । ଜିଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସାର୍ଥକ ରାୟ ପ୍ରସ୍ତୁତି ବୈଠକର ସଂଯୋଜନା କରିବା ସହିତ କାର୍ଯ୍ୟସୂଚୀ ସଂପର୍କରେ ବିବରଣୀ ପ୍ରଦାନ କରି ଆଲୋଚନା ଆରମ୍ଭ କରିଥିଲେ । ପ୍ରସ୍ତୁତି ବୈଠକର ନିଷ୍ପତି ଅନୁୟାୟୀ ସ୍ୱାଧୀନତା ଦିବସ ଅବସରରେ ପ୍ରତୁ୍ୟଷରେ ରାମଧୂନ୍ ପ୍ରଚାର, ସକାଳେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଭାତଫେରୀ, ସକାଳ ୭ ଘଟିକାରୁ ଘ୭.୩୦ମି. ମଧ୍ୟରେ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନମାନଙ୍କରେ ଜାତୀୟ ପତାକା ଉତ୍ତୋଳନ, ସକାଳ ଘ୮.୪୫ମି. ସମୟରେ ମହାପୁରୁଷମାନଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ସକାଳ ଘ୯.୧୫ମି. ସମୟରେ କେନ୍ଦୁଝର ଷ୍ଟାଡିୟମଠାରେ ଜିଲାସ୍ତରୀୟ ସମାରୋହରେ ଜାତୀୟ ପତାକା ଉତ୍ତୋଳନ, ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ସ୍ୱାଧୀନତା ଦିବସ ସମାରୋହର ସୁପରିଚାଳନା ନିମନ୍ତେ ଆଇନ ଶୃଙ୍ଖଳା, ଟ୍ରାଫିକ୍ କଂଟ୍ରୋଲ, ଆଶୁ ଚିକିସôା, ପାନୀୟ ଜଳ ଯୋଗାଣ ଓ ପରିମଳ, ନିରବଚ୍ଛିନ୍ନ ବିଦୁ୍ୟତ ଯୋଗାଣ ଆଦି ପ୍ରସଙ୍ଗ ସମ୍ପର୍କରେ ଆଲୋଚନା ହୋଇଥିଲା । ବୈଠକରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜ୍ୟୋତିର୍ମୟ ଭୁକ୍ତାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ, ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ, ଗଣମାଧ୍ୟମର ପ୍ରତିନିଧି, ବିଭିନ୍ନ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନର କର୍ମକର୍ତ୍ତା, ସ୍ୱେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ ।