ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
ମାଲକାନଗିରି : ୭୯ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମାଲକାନଗିରି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ନିଦେ୍ର୍ଦଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଜିଲ୍ଲାପାଳ ଦୁର୍ଯେ୍ୟାଧନ ଭୋଇ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ଗତ ବର୍ଷର କାର୍ଯ୍ୟକ୍ରମ ବିବରଣୀ ପାଠ କରି ସଂଯୋଜନା କରିବା ସହ ଚଳିତ ବର୍ଷ ପାଇଁ ବୈଠକରେ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ପ୍ରସ୍ତାବ ଲୋଡିଥିଲେ । ସ୍ୱାଧୀନତା ଦିବସ ପାଳନ ଦିନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାମଧୂନ ପରିବେଷଣ କରାଯିବ । ସକାଳ ୭.୩୦ ମି ଠାରୁ ଘ. ୮ଟା ମଧ୍ୟରେ ପ୍ରତ୍ୟେକ ସରକାରୀ, ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସେହିପରି ସ୍ଥାନୀୟ ଡିଏନ୍କେ ଖେଳ ପଡିଆରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବ । ଜିଲ୍ଲାରେ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଟପ୍ପର ଥିବା କୃତି ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିବା ପାଇଁ ଆଲୋଚନା କରାଯାଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ପୌର ନିର୍ବାହୀ ଅଧିକାରୀ ରାଜୀବ ଲୋଚନ ନାୟକ, ରାସ୍ତା ଓ କୋଠାବାଡ଼ି ବିଭାଗରୁ ମକର୍ଷଣ ବେହେରା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୋରୀ ନାୟକ, ପୁଲିସ ରିଜର୍ଭ ଇନ୍ସପେକ୍ଟର ସତ୍ୟପ୍ରିୟ ବିଶ୍ୱାଳ ଓ ସ୍ୱେଚ୍ଛସେବୀ ଅନୁଷ୍ଠାନର ସଦସ୍ୟ ଉପସ୍ଥିତ ଥିଲେ । ବୈଠକ ଆୟୋଜନ କରିବାରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ସହଯୋଗ କରିଥିଲେ ।