ହସ୍ପିଟାଲରେ ଭର୍ତ୍ତି ସୁଲତା ଦେଓ: ଆହତ ହେଲେ ବବି-ଡାନି
ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ସାରା ରାଜ୍ୟରେ ଉତ୍ତେଜନା ସୃଷ୍ଟି ହୋଇଛି । ତେଜୁଛି ଆନ୍ଦୋଳନ । ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଲୋୟର ପିଏମଜିରେ ପୁଲିସ୍- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେଭା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଛି ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ୍ କରିଛି ପୁଲିସ୍ । ଏହି ଲୁହାବୁହା ଗ୍ୟାସ୍ ମାଡରେ ପ୍ରଣବପ୍ରକାଶ ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା । ସେହିପରି ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ଏପଟେ ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବବି । ଆନ୍ଦୋଳନ କାରୀଙ୍କୁ ଉଠାଇନେଇଛି ପୁଲିସ୍ । ଶତାଧିକ ବିଜେଡି କର୍ମୀ ଅଟକ ଥିବା ସୂଚନା । ଏଫ୍ଏମ୍ କଲେଜ୍ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଛି । ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି । ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ଛାତ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି ।