ହାଇକୋର୍ଟରେ ଭରତପୁର ମାମଲା
ଥାନାରେ ସେନା ଅଧିକାରୀଙ୍କୁ ପୁଲିସ କେମିତି କରିବ ବ୍ୟବହାର? ଏସଓପି ଦେଲେ ସରକାର
ଭୁବନେଶ୍ୱର, ୧୨ା୧୧ : ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ସରକାରଙ୍କ ବଡ ପଦକ୍ଷେପ । ସେନା ସୁରକ୍ଷା ଅଧିକାରୀଙ୍କ ପାଇଁ ଥାନାରେ କିଭଳି ବ୍ୟବହାର କରିବେ ପୁଲିସ ଅଫିସର ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଜାରି କରିଛନ୍ତି ।
ସୂଚନା ଯୋଗ୍ୟଯେ, ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ସରକାରଙ୍କ ବଡ ପଦକ୍ଷେପ । ସେନା ସୁରକ୍ଷା ଅଧିକାରୀଙ୍କ ପାଇଁ ଥାନାରେ କିଭଳି ବ୍ୟବହାର କରିବେ ପୁଲିସ ଅଫିସର ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଜାରି କରିଛନ୍ତି । ସେପଟେ ୩୧ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ସବୁ ଥାନାରେ ସିସିଟିଭି ଲଗାଇବାକୁ ନିଦେ୍ର୍ଦଶ ଦେଇଛନ୍ତି ହାଇକୋର୍ଟ । ନୂଆ ଏସଓପି ଜାରି ହୋଇଥିବା ନେଇ ଆଡଭକେଟ୍ ଜେନେରାଲ ହାଇକୋର୍ଟଙ୍କୁ ଜଣାଇଛନ୍ତି । ଏହାର ଏକ କପି ହାଇକୋର୍ଟ ଓ ଆମିକସ୍ କୁ୍ୟରୀଙ୍କୁ ଦେବାକୁ କୋର୍ଟ ନିଦେ୍ର୍ଦଶ ଦେଇଛନ୍ତି । ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର ତଦନ୍ତ ଜାରି ରହିଥିବା ନେଇ କୋର୍ଟଙ୍କୁ ଜଣାଇଛନ୍ତି ଆଡଭୋକେଟ୍ ଜେନେରାଲ । ତେବେ ଆସନ୍ତା ମଙ୍ଗଳବାର ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରାଯାଇଛି ।