ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର: ହୋଟେଲରୁ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ଜଳେଶ୍ୱର ଷ୍ଟେସନ ବଜାରର ଏକ ହୋଟେଲ କବାଟ ଭାଙ୍ଗି ଯୁବକଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି । ତେବେ ଯୁବକଙ୍କ ମୃତୁ୍ୟର କାରଣ ଅସ୍ପଷ୍ଟ ରହିଛି । ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ସୂଚନା ଦେଇଛି ।