ଡ଼ିଗ୍ରୀ ମହାବିଦ୍ୟାଳୟରେ "ଏକ ପେଡ୍ ମା’ କେ ନାମ’କାର୍ଯ୍ୟକ୍ରମ
ସୁକିନ୍ଦା : ହରିପୁର ସ୍ଥିତ ଭାରତୀ ବିହାର ଡ଼ିଗ୍ରୀ ମହାବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ତରଫରୁ "ଏକ ପେଡ ମା କେ ନାମ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଅତିଥି ଭାବେ ଯୋଗଦେଇ ଚାରା ରୋପଣ କରିଥିଲେ । ଚଳିତ ବର୍ଷ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ତରଫରୁ ୩୦୦ ଚାରା ରୋପଣ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକ ପ୍ରୋଗ୍ରାମ ଅଫିସର ଅଧ୍ୟାପକ ପ୍ରଦୀପ କୁମାର ପ୍ରଧାନ ପ୍ରକାଶ କରିଛନ୍ତି । ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ତ୍ରିଲୋଚନ ସାହୁଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ଛାତ୍ରଛାତ୍ରୀ ଓ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ଉପସ୍ଥିତ ରହିଥିଲେ ।