୧୦ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ୱର : ଆଜି ମାଲକାନଗିରି ଜିଲ୍ଲା ପୁଲିସ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି । ପୁଲିସ ଏକ କାଳୀନ ୧୦୫୦ କେଜିରୁ ଅଧିକ ଗଞ୍ଜେଇ ଜବତ କରିଛି, ଯାହାର ଆନୁମାନିକ ବଜାର ମୂଲ୍ୟ ୧୦ କୋଟି ଟଙ୍କାରୁ ଅଧିକ ହେବ ବୋଲି ସୂଚନା ମିଳିଛି । ଏହି ଘଟଣାରେ ପୁଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଗଞ୍ଜେଇ ଚୋରା ଚାଲାଣରେ ବ୍ୟବହୃତ ଏକ ଟ୍ରକକୁ ଜବତ କରିଛି । ଗିରଫ ସମସ୍ତ ଅଭିଯୁକ୍ତ ହେଉଛନ୍ତ ଉତ୍ତର ପ୍ରଦେଶ ରାଜ୍ୟର । ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ବେଳେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ଉଲ୍ଲେଖଯୋଗ୍ୟ ଯେ,ମାଲକାନଗିରି ଜିଲ୍ଲାରେ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ । ସେହି ଅନୁଯାୟୀ ମାଲକାନଗିରି ଏସପି  ବିନୋଦ ପାଟିଲ ଏକ ସ୍ୱତନ୍ତ୍ର ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ।  ଆଗାମୀ ଦିନରେ ମଧ୍ୟ ଗଞ୍ଜେଇ ଚୋରା ଚାଲାଣ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।