୧୦୮ ଗରା ସୁବାସିତ ଜଳରେ ସ୍ନାନ କରାଇଲେ ଗରାବଡ଼ୁ ସେବାୟତ

୧୦୮ ଗରା ସୁବାସିତ ଜଳରେ ସ୍ନାନ କରାଇଲେ ଗରାବଡ଼ୁ ସେବାୟତ

ଚାରି ଠାକୁରଙ୍କ ମହାସ୍ନାନ ନୀତି  ଆରମ୍ଭ ହେଲା। ସୁନା କୂଅରୁ ଗରା ଗରା ପାଣି ଆଣି ମହାପ୍ରଭୁଙ୍କୁ ସ୍ନାନ କରାଉଛନ୍ତି ସେବାୟତ । ପୂଜାପଣ୍ଡା ସାମନ୍ତ ଠାକୁରଙ୍କ ମସ୍ତକରେ ପ୍ରଥମେ ସୁବାସିତ ଜଳ ଅର୍ପଣ କରିବା ପରେ ସେବାୟତମାନେ ତାଙ୍କୁ ସ୍ନାନ କରିବା କାର୍ଯ୍ୟ ଆରମ୍ଭ କରିଥିଲେ ।

ମଙ୍ଗଳ ଆଳତୀ, ମଇଲମ, ଅବକାଶ ପରେ ଆରମ୍ଭ ହୋଇଛି ସ୍ନାନନୀତି । ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭ୍ରଦ, ଦେବୀ ସୁଭଦ୍ରାଙ୍କୁ ସ୍ନାନ ମଣ୍ଡପରେ ୧୦୮ କଳସ ଜଳରେ ସ୍ନାନ କରାଯାଇଛି । ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ଓ ବଳଭଦ୍ରଙ୍କୁ ୩୩ ଗରା ଜଳରେ ସ୍ନାନ କରାଯାଇଥିବା ବେଳେ ସୁଭଦ୍ରାଙ୍କୁ ୨୨ ଗରା ଓ ସୁଦର୍ଶନଙ୍କୁ ୧୮ ଗରା ଜଳରେ ଅଭିଷେକ କରାଯାଇଥିଲା । ଶ୍ରୀଜୀଉଙ୍କ ମହାସ୍ନାନ ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ପାରମ୍ପରିକ ରମଜାନରେ ବସି ସ୍ନାନ ମଣ୍ଡପରେ ପହଞ୍ଚିବେ ଏବଂ  ଛେରାପହଁରା ପରେ ବିଧି ଅନୁଯାୟୀ ଆଳତି କରିବେ । ଶ୍ରୀଜିଉମାନେ ଧାରଣ କରିବେ ଗଜାନନ ବେଶ ବା ହାତୀ ବେଶ । 
ସ୍ନାନଯାତ୍ରା ପରେ ଆଉ ରତ୍ନବେଦିକୁ ଫେରନ୍ତି ନାହିଁ ଠାକୁର । ଅତ୍ୟଧିକ ଗାଧୋଇବା ଯୋଗୁଁ ଭାଇ ଓ ଭଉଣୀଙ୍କ ସହ ଜ୍ୱରରେ ପଡ଼ିଥାନ୍ତି ଜଗନ୍ନାଥ । ଅଣସର ଘରେ ଗୁପ୍ତ ସେବା ପରେ ଜ୍ୱରରୁ ଆରୋଗ୍ୟ ଲାଭ କରିନ୍ତି ମହାପ୍ରଭୁ । ଏଥର ୧୩ ଦିନ ଧରି ଚାଲିବ ଅଣସର ନୀତି । ଭକ୍ତଙ୍କୁ ଦେଖା ଦେବା ପାଇଁ ନିଜେ ବାହାରକୁ ଆସିବେ ଭଗବାନ । ଜଗନ୍ନାଥ ସଂସ୍କୃତିରେ ବର୍ଣ୍ଣିତ ଭଗବାନଙ୍କ ଏହି ମାନବୀୟ ଲୀଳା  ସାରା ଜଗତକୁ ସମାନତାର ବାର୍ତ୍ତା ଦେଇଥାଏ ।