୧୧ରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

  ଭୁବନେଶ୍ୱର : ଆସନ୍ତା ସୋମବାର ଅଗଷ୍ଟ  ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ସେଦିନ  ପୂର୍ବାହ୍ନ ୧୧  ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି  କରିବେ ।  ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ  ଆସନ୍ତା କାଲି ଅଗଷ୍ଟ ୬ ତାରିଖ ପୂର୍ବାହ୍ନ ୧୧ ଠାରୁ ଆରମ୍ଭ  ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି  ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ  ଜଣାଇପାରିବେ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।