୧୪ରେ ରାଷ୍ଟ୍ରୀୟ ଲୋକ ଅଦାଲତ


ାା ପ୍ରଭାନୁ୍ୟଜ ।ା ଯାଜପୁର ଟାଉନ : ଚଳିତ ମାସ୧୪ ତାରିଖ ଜିଲା ଓ ଦୌରା ଅଦାଲତ ଯାଜପୁର ସମେତ ଜିଲାର ସମସ୍ତ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅବାଲତ ଅନୁଷ୍ଠିତ ହେବ । ଉକ୍ତଲୋକ ଅଦାଲତରେ ସମସ୍ତ ପ୍ରକାରର ବିଚାରାଧୀନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ୍ ଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କଋଣ, ମୋଟର ଦୁର୍ଘଟଣା ଜନିତ କ୍ଷତିପୁରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦୁ୍ୟତ, ଜଳ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଏହାସହ ପ୍ରାକ୍ ମକଦ୍ଦମା ସ୍ତରୀୟ ମାମଲା ତଥା ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ସମ୍ବନ୍ଧୀୟ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦୁ୍ୟତ, ଜଳ ଓ ଅନ୍ୟାନ୍ୟ ସାଲିସ୍ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦେୱାନୀ ମକୋଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ମକଦ୍ଦମା ବାବଦରେ ସମାଧାନ ପାଇଁ କୌଣସି ଆର୍ଥôକ ଖର୍ଚ୍ଚ ପଡିବ ନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ ଓ ଚୂଡାନ୍ତ । ଦୀର୍ଘ ଦିନ ଧରି ଚାଲୁ ରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଆର୍ଥôକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁଯୋଗ । ଏ ସଂକ୍ରାନ୍ତରେ ସବିଶେଷ ବିବରଣୀ ନିମନ୍ତେ ଜିଲା ଆଇନ ସେବା ପ୍ରାଧିକରଣ, ଯାଜପୁର ଓ ତାଲୁକ ଆଇନସେବା କମିଟି ସହିତ ଯୋଗାଯୋଗ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣ ଯାଜପୁର ସଚିବ ଜ୍ୟୋତିର୍ମୟୀ ଦାସ ପ୍ରକାଶ କରିଛନ୍ତି ।