୧୫ ପ୍ରସ୍ତାବରେ ଲାଗିଲା ମୋହର

୧୫ ପ୍ରସ୍ତାବରେ ଲାଗିଲା ମୋହର

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ୧୦ ବିଭାଗର ୧୫ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା । ସେଥିରୁ ଗୋଟିଏ ସପ୍ତଦଶ ବିଧାନସଭା ୪ର୍ଥ ଅଧିବେଶନର ସତ୍ରାବସାନ ସମ୍ପର୍କିତ ଥିଲା ।