୧୬ରେ ନବୀନଙ୍କ ରୋଡ ଶୋ'; ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର, ୧୪ା୫ : ଆସନ୍ତା ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜଧାନୀରେ ରୋଡ ଶୋ' । ରୋଡ ଶୋ' ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏନେଇ ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି । ୧୬ରେ ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ' ଗଙ୍ଗନଗର ଛକରୁ ବାହାରି ଏଲଆଇସି ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, ହେଚ୍ଡିଏଫ୍ସି ବ୍ୟାଙ୍କ ଛକ, ନୂଆସାହି, ବେହେରା ସାହି, ନିକୋ ପାର୍କ ଛକ, ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ ଯିବ । ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ' ବେଳେ ସବୁଠି ବାରିଗେଟ୍ ବ୍ୟବସ୍ଥା କରାଯିବ । ସେହି ସମୟରେ ଲକ୍ଷାଧିକ ଲୋକ ଏକାଠି ହେବାକୁ ଥିବାରୁ କର୍ଡନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ । ରୋଡ ଶୋ' ସମୟରେ ସିନିୟର ପୁଲିସ ଅଧିକାରୀ ମାନେ ଉପସ୍ଥିତ ରହିବେ । ଉକ୍ତ ବିଲ୍ଡିଂ ମାନଙ୍କରେ ସୁରକ୍ଷାକର୍ମୀ ମଧ୍ୟ ନିୟୋଜିତ ରହିବେ ।