୧୭ ଓ ୨୪ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଫେବୃଆରୀ ୧୭ ଏବଂ ୨୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ବର, ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।