୧୮ ଯାଏଁ ଝଡ଼ ଓ ବଜ୍ରପାତ

ଭୁବନେଶ୍ୱର : ଆସନ୍ତା ୧୮ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି, ଝଡ଼ପବନ ସହିତ ବଜ୍ରପାତର ସମ୍ଭାବନା ରହିଛି  । ଏନେଇ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି  । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟାହ୍ନ/ସଂଧ୍ୟା ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ରହିଛି  । ସେହିପରି ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ସୋନପୁର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ଅଛି  ।

                                                                                      Rain with lightning and clouds in sky ...

ଅପରପକ୍ଷରେ ମେ’ ୧୭ରେ ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଓ ରାୟଗଡ଼ାରେ ମଧ୍ୟାହ୍ନ ଓ ସଂଧ୍ୟା ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ ୩୦ରୁ ୪୦ କିମି ବେଗରେ ବହିବ  । ଯେତେବେଳେକି ମେ’ ୧୮ରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଝଡ଼ତୋଫାନ ସହ ବଜ୍ରପାତ ହେବବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି  । ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  ।