୨ ଓଆଇଏସଏଫ ବାଟାଲିଅନ୍କୁ ମଞ୍ଜୁରୀ
ଭୁବନେଶ୍ୱର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକୁ୍ୟରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି । ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏଥିରୁ ୧୯୪୪ ନିୟମିତ ପଦବୀ ଥିବାବେଳେ ୧୩୬ ପଦବୀ ଆଉଟସୋର୍ସିଙ୍ଗ ଭିତ୍ତିରେ ସୃଷ୍ଟି କରାଯାଇଛି ।
ସୂଚନାଯୋଗ୍ୟଯେ, ରାଜ୍ୟରେ ଓଆଇଏସଏଫର ଗୋଟିଏ ବାଟାଲିଅନ କାର୍ଯ୍ୟରତ ଥିଲା । ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ ଥିଲା । ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ । ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ଥିଲା । ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକୁ୍ୟରିଟି ଫୋର୍ସ’ ରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭କୁ ବୃଦ୍ଧି ପାଇଛି ।
ସୂଚନାଯୋଗ୍ୟଯେ, ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି । ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି । ଉକôର୍ଷ ଓଡ଼ିଶା-ମେକ୍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜି୍ୟକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି ।