୨୧ରେ ସମ୍ବଲପୁରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ଅର୍ଥାତ୍ ସୋମବାର ଦିନ ସମ୍ବଲପୁରରେ ଅଭିଯୋଗ ଶୁଣାଣୀ କରିବେ  । ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ   ।
ଏଥିପାଇଁ ଆସନ୍ତାକାଲି ଦିବା ୧୧ ଘଟିକା ଠାରୁ ଜନଶୁଣାଣି ପୋର୍ଟାଲକ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ ଆରମ୍ଭ ହେବ  । ସର୍ବାଧିକ ୧ ହଜାର ଦରଖାସ୍ତକାରୀ ୨୧ତାରିଖ ଦିନ ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ  । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି  ।