୨୨ ଓ ୨୩ ତାରିଖରେ ଆସିବ ସୁଭଦ୍ରା ଟଙ୍କା : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

୨୨  ଓ ୨୩ ତାରିଖରେ ଆସିବ ସୁଭଦ୍ରା ଟଙ୍କା : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଚଳିତ ୨୨  ଓ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସୁଭଦ୍ରା ଯୋଜନାରୁ ବାଦ ପଡ଼ିଛନ୍ତି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା।  

ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା।  ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି ।  ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି