୨୨ ଯାଏଁ ଝଡ଼ବର୍ଷା : ଓଡ଼ିଶାରେ ମୌସୁମୀ ସକ୍ରିୟ
ଭୁବନେଶ୍ୱର: ଓଡ଼ିଶା ଉପରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ଆସନ୍ତା ୨୨ ଯାଏଁ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ପୂର୍ବାପେକ୍ଷା ବର୍ଷାର ପରିମାଣ କମିଯିବ । ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ।
ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ୨୦ ଯାଏଁ ଝଡ଼ତୋଫାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୧ ଓ ୨୨ରେ ଉପକୂଳ ଓଡ଼ିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବବୋଲି ପୂର୍ବାନୁମାନ କରାଯାଇଛି ।