୨୩ ଯାଏଁ ବଜ୍ରପାତ ୱାର୍ଣ୍ଣିଂ

 ଭୁବନେଶ୍ୱର: ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ବହିବାର ସମ୍ଭାବନା ରହିଛି  । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି  । ଆସନ୍ତାକାଲି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି  । ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟାହ୍ନ ଓ ସଂଧ୍ୟାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ  ଝଟକା ପବନ ବହିବ  । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି  । ସେହିପରି ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟାହ୍ନ ଓ ସଂଧ୍ୟାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବ  । ସେହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  ।