୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୪ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍ପି ।
ସୂଚନା ମୁତାବକ, ରାଷ୍ଟ୍ରପତି ୨୪ ତାରିଖ ମଧ୍ୟାହ୍ନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ଏବଂ ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜା କରିବା ପରେ ଅନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।