୨୮ ଯାଏଁ ପ୍ରବଳ ବର୍ଷା

୨୮ ଯାଏଁ ପ୍ରବଳ ବର୍ଷା


 ଭୁବନେଶ୍ୱର :  ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ରହିଛି  । ସେହିପରି ଆଗାମୀ ୨୮ ଯାଏଁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି  । 
ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଅପରପକ୍ଷରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ  । ଅପରପକ୍ଷରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବ  । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  ।