୨୮ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର : ଆସନ୍ତା ସୋମବାର ଜୁଲାଇ ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ସେଦିନ ସକାଳ ୮ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁଲାଇ ୨୫ରୁ ଆରମ୍ଭ ହୋଇ ସର୍ବାଧିକ ୧ ହଜାର ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲାରହିବ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।