୨୯ରେ ଏସସି/ଏସଟି କଲ୍ୟାଣ ସମିତି ଅଧ୍ୟକ୍ଷଙ୍କ ଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ ଓମ ବିର୍ଲା
ଭୁବନେଶ୍ୱର : ଲୋକସଭା ବାଚସ୍ପତି ଓମ୍ ବିର୍ଲା ଆସନ୍ତା ୨୯ ତାରିଖରେ ଭୁବନେଶ୍ୱରଠାରେ ସଂସଦ ଓ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ । ଶ୍ରୀ ବିର୍ଲା ଏହି ଅବସରରେ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ଓ ଏକ ସ୍ମରଣୀକାକୁ ମଧ୍ୟ ଉନ୍ମୋଚନ କରିବେ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ; ଏବଂ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂହ କୁଲସ୍ତେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶ ବିଧାନସଭାରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଓ ସଦସ୍ୟ; ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଏବଂ ଓଡ଼ିଶା ବିଧାନସଭାର ସଦସ୍ୟମାନେ ଉଦଘାଟନୀ ସମାରୋହରେ ଯୋଗଦେବେ ।
ଉଦଘାଟନୀ ଅଧିବେଶନରେ ବାଚସ୍ପତି ସୁରମା ପାଢ଼ୀ ସ୍ୱାଗତ ଭାଷଣ ଦେବେ ଓ ଉପବାଚସ୍ପତି ଭବାନୀ ଶଙ୍କର ଭୋଇ ଧନ୍ୟବାଦ ଅର୍ପଣ କରିବେ ।
ଏହି ଦୁଇ ଦିନିଆ ସମ୍ମିଳନୀରେ ବିଭିନ୍ନ ରାଜ୍ୟର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ସମେତ ୧୨୦ ରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିବେ । ଆସନ୍ତା ୩୦ରେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟିଙ୍କ ଉଦଯାପନୀ ଅଭିଭାଷଣ ସହିତ ଏହି ସମ୍ମିଳନୀ ଉଦଯାପିତ ହେବ ।
ଏହି ସମ୍ମିଳନୀ ପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଅନୁଷ୍ଠିତ ହେଉଛି ।