୩ ଜିଲାର ୮ ବ୍ଲକ ବନ୍ୟା ପ୍ରଭାବିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ୩ଟି ବନ୍ୟା ପ୍ରଭାବିତ ଜିଲା ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସି ସବିଶେଷ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶେଷ କରି ୩ଟି ଜିଲାର ୮ଟି ବ୍ଲକ ପ୍ରଭାବିତ ହୋଇଛି। ବାଲେଶ୍ବର ଜିଲାର ୪ଟି ବ୍ଲକ ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ବର ପ୍ରଭାବିତ ହୋଇଥିବାବେଳେ ଭଦ୍ରକ ଜିଲାର ଧାମନଗର ଓ ଭଣ୍ଡାରୀପୋଖରୀ ବ୍ଲକ ପ୍ରଭାବିତ ହୋଇଛି। ସେହିପରି ଯାଜପୁର ଜିଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ। ହୋଇଛି। କେନ୍ଦୁଝର ଜିଲା ସେପରି ଭାବେ ପ୍ରଭାବିତ ହୋଇ ନାହିଁ। ମୋଟ୍‌ଚ ୮୧ଟି ଗାଁ, ୩୦ ହଜାର ଲୋକେ କ୍ଷତି ସହିଛନ୍ତି। ବନ୍ୟାସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଭିତରେ ରହିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ୧୦ ହଜାର ଲୋକଙ୍କୁ ଦୁଇ ବେଳା ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି। ଯେଉଁସବୁ ସ୍ଥାନରେ ଲୋକଙ୍କ ଘର କ୍ଷତି ହୋଇଛି କ୍ଷତିପୂରଣ ଦିଆଯିବା ସହ ଜିରୋ କାଜୁଆଲିଟିକୁ ସରକାର ଗୁରୁତ୍ୱ ଦେଉଥିବା ସେ କହିଛନ୍ତି।