୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା
ଭୁବନେଶ୍ୱର : ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ଉପହାର । ୩ ପ୍ରତିଶତ ମହଙ୍ଗା ଭତ୍ତା ବଢ଼ିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ଯାହା ଫଳରେ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି । ଚଳିତ ବର୍ଷର ଜୁଲାଇ ପହିଲାରୁ ପିଛିଲା ଭାବେ ଏହା ଲାଗୁ କରାଯିବ। ଏହାସହ ପେନସନ ଭୋଗୀମାନଙ୍କ ଟିଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି । ଏହାଦ୍ୱାରା ସମସ୍ତ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।