୩ରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

୩ରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ରୁ ୭ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ। ଡିସେମ୍ବର ୩ ତାରିଖରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନୂଆ ପ୍ରତିମୂର୍ତ୍ତି ଅନାବରଣ କରାଯିବ। ଏଥିସହିତ ସେ ଭୁବନେଶ୍ୱରରେ ଆଦିମ ଓୱାର ଜାର୍ପା ଜାହେର ପରିଦର୍ଶନ କରିବେ। ଡିସେମ୍ବର ୪ ତାରିଖରେ ରାଷ୍ଟ୍ରପତି ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମଧ୍ୟ ସେ ଯୋଗଦେବେ।  ସେହିଦିନ ସେ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ଯୋଗଦେବେ। ଆସନ୍ତା ଡିସେମ୍ବର ୫ ତାରିଖରେ ରାଷ୍ଟ୍ରପତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଦିନ ସେ ଭୁବନେଶ୍ୱରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ । ଡିସେମ୍ବର ୬ ତାରିଖରେ ରାଷ୍ଟ୍ରପତି ଉପରବେଡାଠାରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ସହ ମତବିନିମୟ କରିବେ। ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀମାନଙ୍କ ସହ କଥା ହେବେ । ଡିସେମ୍ବର ୭ ତାରିଖରେ ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ; ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ୍; ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର; ଦାଣ୍ଡବୋଷ ବିମାନ ବନ୍ଦର, ରାଇରଙ୍ଗପୁର ଏବଂ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ/ଉଦଘାଟନ କରିବେ।