୫ ଲକ୍ଷ ଚିଟଫଣ୍ଡ ଜମାକାରୀଙ୍କୁ କ୍ଷତିପୂରଣ ଦିଅ : ମୋହନ
ଭୁବନେଶ୍ୱର: ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଦେ୍ର୍ଦଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲାସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି ।
ଏତଦ୍ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧,୨୬,୧୩୭ ଜଣ କ୍ଷୁଦ୍ର ଜମାକାରୀଙ୍କୁ ୪୭ କୋଟି ୭ ଲକ୍ଷ ଟଙ୍କା ଫେରସ୍ତ କରିସାରିଛନ୍ତି । ଆସନ୍ତା ୩-୪ ମାସ ମଧ୍ୟରେ, ଆଉ ୫ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଦେ୍ର୍ଦଶ ଦେଇଛନ୍ତି । ଏଠାରେ ସୂଚାଇ ଦିଆଯାଇପାରେଯେ, ୨୦୧୪ରୁ ୨୦୨୪ ମସିହା, ଦୀର୍ଘ ୧୦ ବର୍ଷ, ମଧ୍ୟରେ କେବଳ ୨,୭୯,୧୦୯ ଜଣ କ୍ଷୁଦ୍ର ଜମାକାରୀଙ୍କୁ ମାତ୍ର ୧୧୯ କୋଟି ଟଙ୍କା ଫେରସ୍ତ କରାଯାଇଥିଲା ।