୫୧ୟୁନିଟ୍ ରକ୍ତ ସଂଗ୍ରହ
ସମ୍ବଲପୁର: ସମ୍ବଲପୁର ରେଳ ମଣ୍ଡଳ ପକ୍ଷରୁ ରେଳବାଇ ଚିକିତ୍ସାଳୟ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମଣ୍ଡଳ ରେଳ ପ୍ରବନ୍ଧକ ତୁଷାରକାନ୍ତ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୋଟ ୫୧ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ରେଳବାଇ ଅଧିକାରୀ, କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟ ମାନେ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ସମସ୍ତ ରକ୍ତଦାତାଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା । ଏଥିରେ ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ ଆନନ୍ଦ ସିଂ, ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଙ୍ଗଠନ ଅଧ୍ୟକ୍ଷା ଲୀନା ପାଣ୍ଡେ, ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକ୍ଷକ ଡା. ମନୋଜ କୁମାର ବେହେରା, ଡା. ପି. ରାଜକୁମାରୀ ପ୍ରମୁଖ ଉପସ୍ଥିତ ଥିଲେ ।