୭ରେ ଆରମ୍ଭ ହେବ ଜାତୀୟ ହସ୍ତତନ୍ତ ଦିବସ : ଯୋଗ ଦେବେ ୧୫ଶହ ବୁଣାକାର କ୍ଷ ଆକର୍ଷଣ ମାଧୁରୀ ଦୀକ୍ଷିତ
ଭୁବନେଶ୍ୱର : ଓଡିଶାର ବୁଣାକାରମାନେ ଆମ ସାଂସ୍କୃତିକ ଐତିହ୍ୟର ଆତ୍ମା । ଆମ ହସ୍ତତନ୍ତ କେବଳ ଖଣ୍ଡେ କପଡା ନୁହେଁ, ଏହା ଆମ ଐତିହ୍ୟ । ଓଡିଶାର ହସ୍ତତନ୍ତ - ଐତିହ୍ୟର ସୂତ୍ରଧର ବୋଲି କହିଛନ୍ତି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ୭ ତାରିଖରେ ରାଜ୍ୟସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳନ, ୮ ଓ ୯ ତାରିଖରେ ବୟନ ଶିଳ୍ପର ଅଗ୍ରଗତି ନିମନ୍ତେ ପ୍ରଦର୍ଶନୀ ଦ୍ୱାରା ଜ୍ଞାନ ପ୍ରଦାନ କାର୍ଯ୍ୟକ୍ରମ ‘ଏକତା’ ଉସôବ ଆୟୋଜନ ଏବଂ ଏହି ଉପଲକ୍ଷେ ୭ ରୁ ୧୩ ପର୍ଯ୍ୟନ୍ତ ମେଗା ହସ୍ତତନ୍ତ ଓ ହସ୍ତଶିଳ୍ପ ପ୍ରଦର୍ଶନୀ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜନ କରାଯିବ । ଜାତୀୟ ହସ୍ତତନ୍ତ ଦିବସକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିବେ । ଜାତୀୟ ହସ୍ତତନ୍ତ ଦିବସ କାର୍ଯ୍ୟକ୍ରମରେ ଚଳଚିତ୍ର ଜଗତର ସ୍ୱନାମଧନ୍ୟ ତାରକା ମାଧୁରୀ ଦୀକ୍ଷିତ ନେନେ ଯୋଗଦାନ କରିବେ । ଭାରତ ସରକାରଙ୍କ ବୟନ ମନ୍ତ୍ରାଳୟର ପ୍ରମୁଖ ପଦକ୍ଷେପ ଏକତା କାର୍ଯ୍ୟକ୍ରମ ଓଡ଼ିଶା ଶାଖାକୁ ମନ୍ତ୍ରୀ ଶ୍ରୀ ବଳ ସାମନ୍ତ ୮ ତାରିଖରେ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ । ଯୋଗ୍ୟ ବୁଣାକାରମାନଙ୍କୁ ଏହି ଅବସରରେ ପୁରସ୍କୃତ କରାଯିବ । ଏହି ସାମ୍ବାଦିକ ସମ୍ମିଳନୀରେ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର, ନିଦେ୍ର୍ଦଶକ ପ୍ରେମଚନ୍ଦ୍ର ଚୌଧୁରୀ, ଅତିରିକ୍ତ ଶାସନ ସଚିବ ବିକ୍ରମାଦିତ୍ୟ ବାରିକ, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।