୮ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ଯାଜପୁର ଟାଉନ : ଚଳିତମାସ ୮ତାରିଖ ଜିଲା ଓ ଦୌରା ଅଦାଲତ ଯାଜପୁର ସମେତ ଜିଲାର ସମସ୍ତ ଅଦାଲତ ପରିସରରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଟିତ ହେଉଥିବା ଜିଲା ଆଇନ ସେବା ପ୍ରାଧିକରଣ, ଯାଜପୁର ସଚିବ ଜ୍ୟୋତିର୍ମୟୀ ଦାସ ପ୍ରକାଶ କରିଛନ୍ତି । ଲୋକ ଅଦାଲତରେ ସମସ୍ତ ପ୍ରକାରର ବିଚାରାଧିନ ମକୋଦ୍ଦମା ଯଥା ଫୌଜଦାରୀ (ସାଲିସଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କରଣ, ମୋଟର ଦୁର୍ଘଟଣା ଜନିତ କ୍ଷତିପୁରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦୁ୍ୟତ୍, ଜଳ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଏହାସହ ପ୍ରାକ୍ ମକଦ୍ଦମା ସ୍ତରୀୟ ମାମଲା ତଥା ଚେକ୍ ବାଉନ୍ସ୍ ମାମଲା, ବ୍ୟାଙ୍କରଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦୁ୍ୟତ, ଜଳ ଓ ଅନ୍ୟାନ୍ୟ ସାଲିସ୍ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଏହି ମକଦ୍ଦମା ବାବଦରେ ସମାଧାନ ପାଇଁ କୌଣସି ଆର୍ଥôକ ଖର୍ଚ୍ଚ ପଡେ ନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ ଓ ଚୁଡାନ୍ତ । ଦୀର୍ଘ ଦିନ ଧରି ଚାଲୁ ରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଆର୍ଥିôକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁଯୋଗ । ଏସଂକ୍ରାନ୍ତରେ ଜିଲା ଆଇନସେବା ପ୍ରାଧିକରଣ ଯାଜପୁର ଓ ତାଲୁକ ଆଇନସେବା କମିଟି ସହିତ ଯୋଗାଯୋଗ କରିବାକୁ ସୂଚନା ଦିଆଯାଇଛି ।