୮ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର :  ଆସନ୍ତା ସୋମବାର ଡିସେମ୍ବର  ୮ ତାରିଖରେ  ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି’ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ପଞ୍ଚମ ଅଧିବେଶନ ବଳବତ୍ତର ଥିବା ହେତୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।