୯ ବିଧାୟକଙ୍କ ସହ ନବୀନଙ୍କ ଆଲୋଚନା
ଜନସମସ୍ୟାକୁ ଅଗ୍ରାଧିକାର ଦିଅ
ଭୁବନେଶ୍ୱର : ନବୀନ ନିବାସରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ବିଜେଡ଼ିର ୯ ଜଣ ବିଧାୟକମାନଙ୍କୁ ଭେଟି ସେମାନଙ୍କ ନିର୍ବାଚନମଣ୍ଡଳୀର ସମସ୍ୟା ଓ ଦଳୀୟ ସଂଗଠନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ତୃଣମୂଳ ସ୍ତରରେ ଦଳର ସଂଗଠନକୁ ମଜବୁତ୍ କରିବା ସହ ସାଧାରଣ ଲୋକଙ୍କ ସମସ୍ୟାର ଅଗ୍ରାଧିକାର ଭିତ୍ତିରେ ସମାଧାନ କରିବାକୁ ଶ୍ରୀ ପଟ୍ଟନାୟକ ବିଧାୟକମାନଙ୍କୁ ପରାମର୍ଶ ଦେଇଥିଲେ । ସେମାନଙ୍କ ନିର୍ବାଚନମଣ୍ଡଳୀର ବିକାଶ କାମ ବିଷୟରେ ମଧ୍ୟ ସେ ପଚାରି ବୁଝିଥିଲେ । ବିଜୁ ଜନତା ଦଳର ଆଦର୍ଶରେ ଲୋକଙ୍କ ସେବା ଜାରି ରଖିବା ପାଇଁ ଶ୍ରୀ ପଟ୍ଟନାୟକ ଏହି ଅବସରରେ ବିଧାୟକମାନଙ୍କୁ ପରାମର୍ଶ ଦେଇଥିଲେ । ଆଜିର ବୈଠକରେ ବିଧାୟିକା ମନୋରମା ମହାନ୍ତି, ବିଧାୟକ ସର୍ବଶ୍ରୀ ନିରଞ୍ଜନ ପୂଜାରୀ, ଅଶ୍ୱିନୀ ପାତ୍ର, ବ୍ରଜକିଶୋର ପ୍ରଧାନ, ବ୍ୟୋମକେଶ ରାୟ, ସଂଜୀବ ମଲ୍ଲିକ, ଚକ୍ରମଣି କହଁର, ଗୌତମବୁଦ୍ଧ ଦାସ ଓ ମାଧବ ଧଡ଼ା ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ ।
Samir Kumar Rout